ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | January 18, 2021 IST

ଭୁବନେଶ୍ବର ୧୮।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୪୪୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୪୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୫୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୪୦୨୫୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.