Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଜଟିଳ ହେବାରେ ଲାଗିଛି ଭୁବନେଶ୍ଵରରେ କରୋନା ସ୍ଥିତି, ଆଜି ୧୩୫୩ ପଜିଟିଭ୍ ଚିହ୍ନଟ, ପଟିଆରୁ ସର୍ବାଧିକ କେସ୍

16/05/2021 at 6:33 PM

ଭୁବନେଶ୍ଵର ୧୬।୦୫: ରାଜ୍ୟରେ କରୋନାର ଦ୍ଵିତୀୟ ଲହରର ପ୍ରକୋପ ଥମିବାର ନାଁ ଧରୁନାହିଁ। ବିଶେଷ କରି ରାଜଧାନୀ ଭୁବନେଶ୍ଵର କରୋନାର ହଟ୍‌ସ୍ପଟ୍ ପାଲଟିଛି। ଦୈନିକ ହଜାରେରୁ ଅଧିକ ନୂତନ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏହି କ୍ରମରେ ରବିବାର ଭୁବନେଶ୍ଵରରୁ ୧୩୫୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ୬୧,୬୩୪କୁ ବୃଦ୍ଧି ଘଟିଛି। ଅନ୍ୟପଟେ ୯୩୮ ଜଣ ସୁସ୍ଥ ହୋଇଛନ୍ତି। ଭୁବନେଶ୍ଵର ମହାନଗର ନିଗମ ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।

ବିଏମସି ଅନୁଯାୟୀ ୨୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୩୫ ଜଣ ସ୍ଥାନୀୟ ସଂକ୍ରମଣ। ଏଥିରୁ ପଟିଆରୁ ସର୍ବାଧିକ ୧୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ନୟାପଲ୍ଲୀରୁ ୭୮, ପୁରୁଣା ଭୁବନେଶ୍ଵରରୁ ୫୯, ଖଣ୍ଡଗିରି, ଡୁମଡୁମା, ଲକ୍ଷ୍ମୀସାଗରରୁ ୪୫ ଲେଖାଏଁ, ରସୁଲଗଡ ଓ ଝାରପଡାରୁ ୩୭, ସହିଦନଗରରୁ ୩୬, ଚନ୍ଦ୍ରଶେଖରପୁରରୁ ୩୦, ବରମୁଣ୍ଡା ୨୮, ନିଳାଦ୍ରୀବିହାର ୨୫, ୟୁନିଟ୍-୫ରୁ ୨୫, ଜୟଦେବବିହାରରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହି ପରି ଆଜି ଭୁବନେଶ୍ଵରୁ ୯୩୮ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏ ପର୍ଯ୍ୟନ୍ତ ୪୯୨୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆକ୍ଟିଭ୍ କେସ୍ ସଂଖ୍ୟା ୧୨୯୦୬ ରହିଛି। କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ଘଟିଛି।

   Related Posts