ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୧୩୭ କରୋନା ସଂକ୍ରମିତ, ୧୧୮ ହେଲେ ସୁସ୍ଥ

Published By : Prameya-News7 Bureau | August 05, 2020 IST

ଭୁବନେଶ୍ୱର ୫।୮: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୩୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରୁ ଆଉ ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଏହାସହ ମୋଟ୍ ପଜିଟିଭ୍ ସଂଖ୍ୟା ୩୩୫୪ରେ ପହଁଚିଛି । ସଂକ୍ରମିତଙ୍କ ମଧ୍ୟରୁ ୧୧୩ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୧୮ ଜଣ ଆରୋଗ୍ୟ ଲାଭ ମଧ୍ୟ କରିଛନ୍ତି । ରାଜଧାନୀରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୩୫୪ ଥିବା ବେଳେ ୧୨୭୩  ଆକ୍ଟିଭ୍ କେସ୍ ରହିଛି । ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୬୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୦୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୪୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୨୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୫୮୫୫୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.