Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୩୭୨ କରୋନା ସଂକ୍ରମିତ, ୩୦୦୧୪୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

7/11/2020 at 11:04 AM

ଭୁବନେଶ୍ବର ୦୭।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୩୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦୧୪୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୧ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୪୦ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୭୦ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୫ଜଣ, କେନ୍ଦୁଝର ଜିଲ୍ଲାରୁ ୪୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୫ଜଣ, କୋରାପୁଟ ଜିଲ୍ଲାରୁ ୨୦ଜଣ, ମାଲକାନଗିରି ଜିଲ୍ଲାରୁ ୨୦ଝଣ, ମୟୁରଭଞ୍ଜ ଜିଲ୍ଲାରୁ ୭୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୮ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୦୧୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୫୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୫୧୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୮୮୮୫୦୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts