Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ

11/04/2021 at 8:46 AM

ଭୁବନେଶ୍ବର ୧୧।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୫୬୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୩୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୮ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୧ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୮୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୬୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୭୦୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts