Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

27/01/2021 at 11:47 AM

ଭୁବନେଶ୍ବର ୨୭।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୬୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୮୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୪୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୧୨୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts