Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୩୮୫ କରୋନା ସଂକ୍ରମିତ, ୨୯୭୨୭୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

5/11/2020 at 11:04 AM

ଭୁବନେଶ୍ବର ୦୫।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୩୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୭୨୭୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬ଜଣ, ବରଗଡ଼ ଜିଲ୍ଲାରୁ ୫୫ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୨୩ଝଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଝଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୯ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୮୮ଜଣ, ପୁରୀ ଜିଲ୍ଲାରୁ ୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୧ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୭୨୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୨୦୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୭୮୭୦୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts