Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବଢୁଛି ସଂକ୍ରମଣ : ରାଜ୍ୟରେ ୧୪ ଦିନିଆ ଲକ୍‌ଡାଉନ୍‌ ଲାଗୁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

26/04/2021 at 2:55 PM

ବେଙ୍ଗାଲୁରୁ ୨୬/୦୪ : ସାରାଦେଶରେ କରୋନାର ଭୟାବହତା ବ୍ୟାପକ ହେବାରେ ଲାଗିଛି । କର୍ଣ୍ଣାଟକରେ ମଧ୍ୟ ସ୍ଥିତି ଅଣାୟତ ହେବାକୁ ଲାଗିଲାଣି । ସଂକ୍ରମଣର ବୃଦ୍ଧିକୁ ଦୃଷ୍ଟିରେ ରଖି କର୍ଣ୍ଣାଟକ ସରକାର ରାଜ୍ୟରେ ୧୪ ଦିନିଆ ଲକଡାଉନ୍‌ (କୋଭିଡ୍‌ କର୍ଫ୍ୟୁ) ଲାଗୁ କରିଛନ୍ତି । ମଙ୍ଗଳବାର ରାତି ୯ଟାରୁ ଏହି ନିୟମ ଲାଗୁହେବା ନେଇ ଘୋଷଣା କରିଛନ୍ତି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ . ୟେଦିୟୁରପ୍ପା । ୧୪ ଦିନ ଯାଏଁ କର୍ଣ୍ଣାଟକରେ ଲକଡାଉନ୍‌ ଲାଗୁ ରହିବା ନେଇ ଘୋଷଣା କରାଯାଇଛି ।

ଲକଡାଉନ୍‌ (କୋଭିଡ୍‌ କର୍ଫ୍ୟୁ) ସମୟକୁ କିଛିଟା କୋହଳ ମଧ୍ୟ କରାଯାଇଛି । ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ସକାଳ ୬ଟାରୁ ଦିନ ୧୦ ଟା ଯାଏଁ କଟକଣା କୋହଳ କରାଯାଇଛି । ଦିନ ୧୦ଟା ପରେ ସମସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଦିନ ୧୦ଟା ପରେ ନିର୍ଦ୍ଦିଷ୍ଟ କେତେକ ସଂସ୍ଥା ଚାଲୁ ରଖିବା ପାଇଁ ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି । ନିର୍ମାଣ କାର୍ଯ୍ୟ, ଉତ୍ପାଦନ କ୍ଷେତ୍ର, ଚାଷ କାର୍ଯ୍ୟ ଏବଂ ଜରୁରୀ ସେବାକୁ ଲକଡାଉନ୍‌ ରୁ ବାଦ ଦିଆଯାଇଛି । ସର୍ବସାଧାରଣ ପରିବହନ ବନ୍ଦ ରହିବା ନେଇ ନିର୍ଦେଶାବଳୀରେ ଉଲ୍ଲେଖ ରହିଛି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ କର୍ଣ୍ଣାଟକରେ ୩୪,୮୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ୧୪୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କେବଳ ବେଙ୍ଗଲୁରୁରେ ୨୦,୭୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଚିନ୍ତାର କାରଣ ପାଲଟିଛି । ସଂକ୍ରମଣ ବୃଦ୍ଧିପାଉଥିବାରୁ ବାଧ୍ୟ ହୋଇ ୧୪ ଦିନିଆ ଲକ୍‌ଡାଉନ୍‌ ଲାଗୁ କରିଛନ୍ତି ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦିୟୁରପ୍ପା ।

   Related Posts