Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଓଲଟିପଡିଲା ମାଲବାହୀ ଅଟୋ : ଏସଏଚଜି ଗ୍ରୁପର ୧୪ ମହିଳା ଆହତ

26/02/2021 at 2:13 PM

ପାଟଣା ୨୬।୨: କେନ୍ଦୁଝର ଜିଲ୍ଲା ୨୨୦ ନମ୍ବର ଜାତୀୟ ରାଜପଥ ପାଟଣା-କରଞ୍ଜିଆ ରାସ୍ତାର ଖୁଞ୍ଚିବେଡା ନିକଟରେ ଭାରସାମ୍ୟ ହରାଇ ଏକ ମାଲ ବୋଝେଇ ଅଟୋ ଓଲଟି ପଡିଛି । ଅଟୋ ଡାଲାରେ ବସି ଯାଉଥିବା ୧୪ଜଣ ମହିଳା ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଆହତଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା ଜଣାପଡିଛି । ଘଟଣାସ୍ଥଳରେ ପାଟଣା ଓ ଆହାରପଡା ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତ ଓ ଗୁରୁତରଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି ।

ସୂଚନାଯୋଗ୍ୟ ଯେ, ସାହାରପଡା ବ୍ଲକର ଶିଆଳିଯୋଡ଼ା, ମେଦିନିପୁର ଓ ଭାଲିଆଡିହା ଗ୍ରାମର ଏସଏଚଜି ଗ୍ରୁପର ମହିଳାମାନେ ଡାଲା ଅଟୋରେ ବସି କପୁଣ୍ଡି ଗ୍ରାମରେ ହେଉଥିବା ଏକ ସଭାରେ ଯୋଗଦେବାକୁ ଆସୁଥିବାବେଳେ ଖୁଞ୍ଚିବେଡା ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଅଟୋ ନେଇ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି ।

   Related Posts