Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଟ୍ରକ୍‌କୁ ପିଟିଲା ବରଯାତ୍ରୀଙ୍କୁ ନେଇ ଫେରୁଥିବା ବୋଲେରୋ, ୧୪ ଜଣଙ୍କର ମୃତ୍ୟୁ

20/11/2020 at 7:25 AM

ପ୍ରତାପଗଡ ୨୦।୧୧: ଉତ୍ତରପ୍ରଦେଶ ପ୍ରତାପଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଫଳରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ମାନିକପୁର ଥାନା ଅଞ୍ଚଳରେ ବିଳମ୍ବିତ ରାତିରେ ବରଯାତ୍ରୀଙ୍କୁ ନେଇ ଯାଉଥିବା ବୋଲେରୋ ଭାରସାମ୍ୟ ହରାଇ ରାସ୍ତା କଡରେ ଠିଆ ହୋଇଥିବା ଟ୍ରକ୍ ସହ ଧକ୍କା ହୋଇଥିଲା । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଡ୍ରାଇଭରଙ୍କୁ ନିଦ ଲାଗିଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି ।

ସୂଚନା ଅନୁସାରେ ବରଯାତ୍ରୀ ନବାବଗଞ୍ଜ ଥାନା ଅଞ୍ଚଳର ଶେଖପୁର ଗାଁରେ ବିବାହ ସମାରୋହରେ ଯୋଗଦେଇ ଏକ ବୋଲେରୋରେ ଘରକୁ ଫେରୁଥିଲେ । ଏହି ସମୟରେ ରାସ୍ତା କଡରେ ଠିଆ ହୋଇଥିବା ଟ୍ରକ୍ ସହ ବୋଲେରୋ ଧକ୍କା ହୋଇଥିଲା । ମର୍ମନ୍ତୁଦ ଦୁର୍ଘଟଣା ଫଳରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୬ ଜଣ ଶିଶୁ ଥିବା ଜଣାପଡିଛି । ଦୁର୍ଘଟଣାର ସୂଚନା ପାଇବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗ୍ୟାସ୍ କଟର ସାହାଯ୍ୟରେ ଗାଡିକୁ କାଟି ସମସ୍ତ ୧୪ ଜଣଙ୍କର ମୃତଦେହ ବାହାର କରିଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରାୟ ଦୁଇ ଘଣ୍ଟା ସମୟ ଲାଗିଥିଲା । ପୋଲିସ ସମସ୍ତ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଦେଇଛି ।

ଦୁର୍ଘଟଣାର ଶିକାର ହୋଇଥିବା ୧୨ ବରଯାତ୍ରୀ କୁଣ୍ଡା କୋତବାଲି ଜିଗରାପୁର ଚୌସା ଗାଁର ବୋଲି ଜଣାପଡିଛି । ବୋଲେରୋ ଡ୍ରାଇଭର ସମେତ ଦୁଇ ଜଣ କୁଣ୍ଡା ଅଞ୍ଚଳର ଅନ୍ୟ ଗାଁର ବୋଲି କୁହାଯାଉଛି । ଦୁର୍ଘଟଣାର ଖବର ପାଇବା ପରେ ସଙ୍ଗେ ସଙ୍ଗେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଇଥିଲା ।

   Related Posts