Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଆରୁହା କଳାପଥର ଖାଦାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ

10/06/2021 at 9:33 AM

ଚଣ୍ଡିଖୋଲ ୧୦।୦୬: ବେଶ କିଛି ଦିନର ନୀରବତା ପରେ ପୁଣି ଆକ୍ସନ ମୋଡ଼କୁ ଆସିଛି ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ପ୍ରଶାସନ । ତହସିଲ ଅଧିନରେ ଥିବା ଆରୁହା କଳାପଥର ଖାଦାନାରେ ଆଜି ନାଲି ପତାକା ଲଗାଇଛି ପ୍ରଶାସନ । ଏହାସହିତ ସଂପୃକ୍ତ ଅଞ୍ଚଳରେ ୧୪୪ଧାରା ଜାରି କରିଛି ତହସିଲ ପ୍ରଶାସନ ।

ଖବର ଅନୁଯାୟୀ, ଏହିଠାରୁ ଦୀର୍ଘଦିନ ଧରି ବେଆଇନ ଭାବେ କଳାପଥର ଉତ୍ତୋଳନ କରାଯାଇଥିଲା । ଯାହାକି ବାହାରକୁ ଚୋରା ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଥିଲା। ଏନେଇ ଗୁରୁବାର ଧର୍ମଶାଳା ତହସିଲଦାର ଦେବୀ ପ୍ରସନ୍ନ ମହାନ୍ତି ଓ ଥାନା ଅଧିକାରୀ ସରୋଜ କୁମାର ସାହୁ  ଚଢ଼ାଉ କରି ଉକ୍ତ ଖାଦାନ ଅଞ୍ଚଳରେ ୧୪୪ଧାରା ଜାରି କରିଛନ୍ତି । ଏହା ସହିତ ସଂପୃକ୍ତ ଅଞ୍ଚଳରେ ପ୍ରବେଶ ଉପରେ କଟକଣା ଲଗାଯାଇଛି । ଆଇନଶୃଙ୍ଖଳା ପରିସ୍ଥିତିକୁ ଦେଖି ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି।

   Related Posts