ମହାକାର୍ତ୍ତିକ ମାସର ୩ୟ ସୋମବାର, ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଧାରା ଜାରି

Published By : Prameya-News7 Bureau | November 08, 2021 IST

ଆଠଗଡ଼ ୦୮।୧୧: ମହାକାର୍ତ୍ତିକ ମାସର ଆଜି ତୃତୀୟ ସୋମବାର। ପ୍ରଥା ରହିଛି ଏହି ଦିନ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂର୍ଣ୍ଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ । ଚଳିବର୍ଷ କାର୍ତ୍ତିକ ମାସର ପ୍ରଥମ ଓ ଦ୍ୱିତୀୟ ସୋମବାର ପରି ତୃତୀୟ ସୋମବାରକୁ ମଧ୍ୟ ଧବଳେଶ୍ଵରଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ।

କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ୧୪୪ ଧାରା ଜାରି କରିଛି ପ୍ରଶାସନ । ଭୋର ୪ଟାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ । ଠାକୁରଙ୍କ ସମସ୍ତ ନୀତି କାନ୍ତି କିନ୍ତୁ ଚାଲୁ ରହିବ । ରାଜ୍ୟ ସରକାରଙ୍କ କୋଭିଡ ନିୟମକୁ ଆଖି ଆଗରେ ରଖି କାର୍ତ୍ତିକ ବ୍ରତଧାରୀ ଓ ଶ୍ରଦ୍ଧାଳୁ ପୀଠକୁ ନ ଆସିବାକୁ ବାରଣ କରାଯାଇଛି । ପୀଠରେ ୧୪୪ ଧାରା ଲାଗୁ କରାଯାଇଥିବାରୁ ମନ୍ଦିର ପରିସର ଖାଁ ଖାଁ ପରିବେଶ ସୃଷ୍ଟି ହୋଇଛି।

ଅନ୍ୟପଟେ ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ପହଡ ଖୋଲାଯିବା ପରେ ସୁବାସିତ ୧୦୮ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳାଆଳତୀ, ସକାଳ ଧୂପ , ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.