Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି : ମା ଶାରଳାଙ୍କ ପୀଠରେ ଲାଗୁ ହେଲା ୧୪୪ ଧାରା, ନୀତି ସମ୍ପନ୍ନ କରିବେ ସେବାୟତ

14/04/2021 at 8:28 AM

ଜଗତସିଂହପୁର ୧୪।୦୪: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି । ଏହି ଦିନ ମା ଶାରଳାଙ୍କ ପୀଠରେ ପାଳିତ ହୁଏ ପ୍ରସିଦ୍ଧ ଝାମୁ ଯାତ୍ରା । ମା ଙ୍କୁ ଦର୍ଶନ କରିବା ପାଇଁ ଏଠାକୁ ହଜାର ହଜାର ଶ୍ରଦ୍ଧାଳୁ ମାନଙ୍କର ଭିଡ ଜମିଥାଏ । ତେବେ ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାଆଙ୍କ ପୀଠରେ ଜିଲ୍ଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି ।

ସେହିପରି ମାଆଙ୍କ ପୀଠରେ ପୋଲିସ ମୁତୟନ ହୋଇଥିବା ବେଳେ ସହିତ ଶ୍ରଦ୍ଧାଳୁ ମାନଙ୍କ ପାଇଁ ମନ୍ଦିର ପ୍ରବେଶ ନିଷେଧ କରାଯାଇଥିବାରୁ ପୀଠ ଶୁନଶାନ ପାଳିଟିଛି । କେବଳ କିଛି ସେବାୟତ ମାନଙ୍କ ଦ୍ୱାରା ମା ଙ୍କର ନୀତି ସମ୍ପନ୍ନ ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଜିଲ୍ଲାର ଗୋରେଖନାଥ ମନ୍ଦିର ସହିତ ଅନ୍ୟାନ୍ୟ ୨୦ଟିରୁ ଉର୍ଦ୍ଧ ମନ୍ଦିରରେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ୧୪୪ଧାରା ଜାରି କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି ପ୍ରଶାସନ ।

   Related Posts