Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

କରୋନା ପାଇଁ ଗଞ୍ଜାମରେ ୧୪୪ ଧାରା, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

15/03/2020 at 8:20 PM

ଗଞ୍ଜାମ, ୧୫|୦୩:  ଗଞ୍ଜାମ ପ୍ରଶାସନ କରୋନା ପାଇଁ ଜିଲ୍ଲାରେ ୧୪୪ ଧାରା ଜାରି କରିଛି। କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଜନଗହଳିପୂର୍ଣ୍ଣ ଅଞ୍ଚଳରେ ସଂକ୍ରମଣ ଆଶଙ୍କାରେ ଏପରି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।

ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

କରୋନାକୁ ନେଇ ସାରା ବିଶ୍ୱରେ ଭୟ ଖେଳିଯାଇଛି। ଏହି ମାରାତ୍ମକ ଭାଇରସ ୫ହଜାରରୁ ଅଧିକ ଲୋକଙ୍କ ଜୀବନ ନେଲାଣି। ଏବେବି ଏକ ଲକ୍ଷରୁ ଅଧିକ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି। ଭାରତରେ ମଧ୍ୟ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ମଧ୍ୟ ମାର୍ଚ୍ଚ ୩୧ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ, ଜିମ୍, ଅଙ୍ଗନବାଡିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଗତକାଲି ପୁରୀରେ ଜଣେ ସନ୍ଦିଗ୍ଧ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁରୀରୁ ଚିଲିକା, କୋଣାର୍କ ଓ ସାତପଡା ଯିବାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଥିଲା। ତେବେ ରବିବାର ପୁରୀରେ ଟାଉନ ବସ ଚଳାଚଳ ବନ୍ଦ କରାଯାଇଛି। ପେଣ୍ଠକଟାରୁ ବଳିଆପଣ୍ଡା ଯାଏଁ ବସ ଚଳାଚଳ ବନ୍ଦ ହୋଇଛି। ଭିଡ ରୋକିବାକୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି।  ସେହିପରି ନନ୍ଦନକାନନ, ଖଣ୍ଡଗିରି, ଉଦୟଗିରି ଆଦି ପର୍ଯ୍ୟଟନସ୍ଥଳୀକୁ ବନ୍ଦ ରଖାଯିବା ସହ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟ ମନ୍ଦିରରେ ତାଲା ପକାଯାଇଛି।

   Related Posts