Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୪୭୪ କରୋନା ସଂକ୍ରମିତ, ୨୯୫୮୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

4/11/2020 at 10:46 AM

ଭୁବନେଶ୍ବର ୦୪।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୪୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୫୮୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୯ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୫ଜଣ, କୋରାପୁଟ ଜିଲ୍ଲାରୁ ୨୩ଜଣ, ମାଲକାନଗିରି ଜିଲ୍ଲାରୁ ୨୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୬ଜଣ, ପୁରୀ ଜିଲ୍ଲାରୁ ୭୩ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୪ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୫୮୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୯୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୦୫୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୭୩୬୨୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts