ରାଜ୍ୟରେ ଚିହ୍ନଟ ହେଲେ ୧୪୮୦କରୋନା ସଂକ୍ରମିତ, ୨୮୨୬୯୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | October 26, 2020 IST

ଭୁବନେଶ୍ବର ୨୬।୧୦: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୪୯ଜଣ, ଭଦ୍ରକ ଜିଲ୍ଲାରୁ ୨୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୪ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୦୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଝଣ, ଜଗତସିଂହପୁର ଜିଲ୍ଲାରୁ ୭୨ଜଣ, ଯାଜପୁର ଜିଲ୍ଲାରୁ ୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୮୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୦ଜଣ, କୋରାପୁଟ ଜିଲ୍ଲାରୁ ୩୯ଜଣ, ମାଲକାନଗିରି ଜିଲ୍ଲାରୁ ୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୪୪ଜଣ, ପୁରୀ ଜିଲ୍ଲାରୁ ୪୭ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୦ଜଣ, ଷ୍ଟେଟ ପୁଲ୍‌ରୁ ୨୬ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୨୬୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୪୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୩୫୪୯୫୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.