Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୪୯୪ କରୋନା ସଂକ୍ରମିତ, ୨୯୮୭୬୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

6/11/2020 at 11:12 AM

ଭୁବନେଶ୍ବର ୬।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୮୭୬୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୨ଜଣ, ବରଗଡ଼ ଜିଲ୍ଲାରୁ ୫୪ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୯ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୧୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୮ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ଜଣ, ଯାଜପୁର ଜିଲ୍ଲାରୁ ୩୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୮ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୩ଜଣ, କୋରାପୁଟ ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୫୫ଜଣ, ପୁରୀ ଜିଲ୍ଲାରୁ ୬୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୮୭୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୭୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୩୫୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୮୩୮୧୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts