Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

୧୫ଜଣ ଦାଦନ ଶ୍ରମିକ ଉଦ୍ଧାର, ୨ ଅଭିଯୁକ୍ତ ଗିରଫ

8/10/2021 at 12:12 PM

ପାଟଣାଗଡ ୮।୧୦: ବଲାଙ୍ଗୀର ଜିଲ୍ଲା ବେଲପଡା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ  ବନମାଲ ଛକରେ ଏକ ବଲୋରୋ ଗାଡିକୁ ସନ୍ଦେହରେ  ଅଟକାଇଥିଲେ । ସେହି ଗାଡିରୁ ୧୫ ଜଣ ଦାଦନ ଶ୍ରମିକମାନେ ଅନ୍ୟ ରାଜ୍ୟକୁ କାମ କରିବାକୁ ଯାଉଥିବା ସମୟରେ ପୋଲିସ ସେମାନଙ୍କୁ ଅଟକାଇ ପଚରାଉଚରା କରିଥିଲା । ସମସ୍ତଙ୍କୁ ଥାନାକୁ ଆଣି ଅଧିକ ପଚରାଉଚରା କରି ସେମାନେ ଆନ୍ଧ୍ରପ୍ରଦେଶର ଏକ ଇଟାଭାଟିକୁ ଯାଉଥିଲେ ।

ଏହି ସମୟରେ ଶ୍ରମିକମାନଙ୍କୁ ନେଉଥିବା  ନିଲାଞ୍ଚଲ ବଛାର ନାମକ ଜଣେ ସର୍ଦାରଙ୍କ ସହ ଗାଡିର ଚାଳକ ଦେବରାଜ ଠେଲାକୁ ପୋଲିସ ଗିରଫ କରି ବୋଲେରୋ ଗାଡିକୁ ଜବତ କରିଛି । ଶ୍ରମିକମାନଙ୍କୁ ନିଜ ନିଜ ଘରକୁ ପଠାଇ ଦିଆଯାଇଛି ବୋଲି ଥାନା ଅଧିକାରୀ ବୁଲୁ ମୁଣ୍ଡା ପ୍ରକାଶ କରିଛନ୍ତି। ଉକ୍ତ ଦାଦନ ଶ୍ରମିକମାନେ ହେଲେ ତୁରେକେଲା ଥାନା ଅଞ୍ଚଳର । ବର୍ତ୍ତମାନ ଏହି ଅଞ୍ଚଳରେ ଦାଦନ ଚାଲାଣ ଋତୁ ଆରମ୍ଭ ହେଉଥିବା ବେଳେ ଏହାକୁ ରୋକିବା ପାଇଁ ପ୍ରଶାସନ କଡାକଡି କରିବା ପାଇଁ  ଅଞ୍ଚଳରେ ଦାବି ହେଉଛି ।

   Related Posts