Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଜ୍ୱରରେ ପୀଡିତ ମହାବାହୁ : ଆଜିଠୁ ୧୫ ଦିନ ଅଣସର ଘରେ ଉପଚାର

25/06/2021 at 8:26 AM

ପୁରୀ ୨୫/୬ : ୧୦୮ ଗରା ସୁବାଷିତ ଜଳରେ ଗାଧୋଇବା ପରେ ଜ୍ୱରରେ ପୀଡିତ ଶ୍ରୀଜୀଉ । ଜ୍ୟେଷ୍ଠ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ମହାସ୍ନାନ ହେବା ପରେ ହାତୀ ବେଶରେ ଦର୍ଶନ ଦେଇ ଅଣସର ପିଣ୍ଡିକୁ ଯାଇଛନ୍ତି ଶ୍ରୀଜୀଉ । ୧୦୮ ଗରା ସୁବାଷିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ମହାବାହୁ । ଏହା ସହ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ମାନବୀୟ ଲୀଳା ।

ଏଣିକି ୧୫ ଦିନ ଅଣସରପିଣ୍ଡିରେ ରହିବେ ଚତୁର୍ଦ୍ଧାମୁରତୀ । ଆଉ ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଆଜିଠୁ ଆରମ୍ଭ ହୋଇଛି ଉପଚାର । ଜ୍ୱର ହେବାପରେ ଶ୍ରୀଜୀଉଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଅଣସର ପିଣ୍ଡି ଯାଇଥାନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପରିକ ଉପଚାର କରାଯାଏ ।

ଅଣବସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ । ଏହା ପରେ ସୁସ୍ଥ ହେବେ କାଳିଆ ଠାକୁର । ଏପଟେ ଠାକୁର ଅଣସର ପିଣ୍ଡି ସାମନାରେ ପଟିଦିଅଁଙ୍କ ପୂଜାର୍ଚ୍ଚନା କରାଯାଏ । ସେପଟେ ଆଜିଠୁ ଅଲାରନାଥ ଦର୍ଶନ ।

   Related Posts