Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଫ୍ଟ ମାଗି ଯାଉଥିଲେ ଘରକୁ, ଦୁର୍ଘଟଣାରେ ମା’ପୁଅ ସମେତ ୪ ଜଣଙ୍କ ମୃତ୍ୟୁ
  • ||
  • ଦେଶରେ ତଳମୁହାଁ କରୋନା ଗ୍ରାଫ୍: ଓଡ଼ିଶାରେ ମଧ୍ୟ ହ୍ରାସ ପାଇଛି ସଂକ୍ରମଣ
  • ||
  • ସ୍କୁଲ ଫି’ ଛାଡ଼ ମାମଲା: ସପ୍ତାହେ ଭିତରେ ରିପୋର୍ଟ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ଦୁର୍ବଳ ହେଉଛି ଭାରତୀୟ ଆଖି
  • ||
  • ପୁରୀ : ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ଅନ୍ୟ ଜିଲ୍ଲାର ଶବ ହେବ ସତ୍କାର
  • ||
  • ଲଦାଖ: ଡେମଚୋକ୍‌ରେ ଭାରତୀୟ ସେନା ହାତରେ ଧରାପଡିଲେ ଚୀନ ସୈନିକ, ମିଳିଛି ଗୁରୁତ୍ଵପୂର୍ଣ୍ଣ ଦସ୍ତାବିଜ
  • ||
  • ଘରୋଇ କର୍ମଚାରୀଙ୍କ ପାଇଁ ବଡ ଖବର : ଦୀପାବଳି ପୂର୍ବରୁ ନୂଆ ପ୍ୟାକେଜ୍ ଘୋଷଣା କରିପାରନ୍ତି ସରକାର
  • ||
  • ଲୋକ ଭବନ ସମ୍ମୁଖରେ ଦୁଇ ଶିଶୁ ସହ ପତି-ପତ୍ନୀଙ୍କ ଆତ୍ମଦାହ ଉଦ୍ୟମ, ଉଦ୍ଧାର କଲା ପୋଲିସ
  • ||
  • ପୁଅ ଆସି ପଡୋଶୀଙ୍କୁ କହିଲା-ବାପା ଉଠୁନାହାନ୍ତି, ଦେଖିଲା ବେଳକୁ ଘରେ ପଡିଥିଲା ଦୁଇଟି ମୃତଦେହ
  • ||
  • ଗେହଲଟ୍ ସରକାରଙ୍କ ନିଷ୍ପତ୍ତି: ୧୩ ଅନ୍ତରାଷ୍ଟ୍ରୀୟ ଖେଳାଳିଙ୍କୁ ୨୫-୨୫ ଏକର ଜମି ଆବଣ୍ଟନ କରିବାକୁ ଘୋଷଣା
  • ||

ପାଚେରୀ ଭୁଶୁଡି ୧୫ ମୃତ, ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା

29/06/2019 at 8:34 AM

ପୁଣେ ୨୯|୬: ପୁଣେର କୋନ୍ଧୱା ଅଞ୍ଚଳରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ଏକ ୬୦ ଫୁଟ ଲମ୍ବର ପାଚେରୀ ଭୁଶୁଡି ପଡିବାରୁ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ଏହି ଅଘଟଣ ଘଟିଛି ବୋଲି ଅନୁମାନ କରାଯାଉଛି।

ସୂଚନାଯୋଗ୍ୟ ଯେ, କୋନ୍ଧୱା ଅଞ୍ଚଳ ତାଲାବ ବସ୍ତି ନିକଟରେ ଥିବା ଏକ ଆପାର୍ଟମେଣ୍ଟର ପାଚେରୀ ଭୁଶୁଡି ପହିଥିଲା । ଫଳରେ ପାଚେରୀ ତଳେ ଚାପି ହୋଇ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏନଡିଆରଏଫ ଓ ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ମୃତକମାନଙ୍କ ମଧ୍ୟରେ ଅଧିକାଂଶ ଶ୍ରମିକ ଶ୍ରେଣୀର ଲୋକ ଥିବା ଜଣାପଡିଛି । ଆପାର୍ଟମେଣ୍ଟର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକମାନେ ପାଚେରୀ ପାଖରେ ନିର୍ମିତ ଅସ୍ଥାୟୀ ଘରେ ରହୁଥିଲେ।

   Related Posts