ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ; ୧୦ଆହତ, ୫ଗୁରୁତର
27/01/2019 at 5:13 PM

ଅନୁଗୋଳ ୨୭|୧: ଅନୁଗୋଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ କତଡା ଗାଁ ୫୫ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ ସହ ଯାତ୍ରୀବାହୀ ବସ୍ ର ଧକ୍କା ହୋଇଛି । ଅନୁଗୋଳରୁ ସମ୍ବଲପୁର ଯାଉଥିବା ଗରୁଡ ନାମକ ବସ୍ କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ମୁହାଁମୁହିଁ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୦ଜଣ ଆହତ ହୋଇଥିବାବେଳେ ୫ଜଣ ଗୁରୁତର ହୋଇଛନ୍ତି। ୮ଜଣଙ୍କୁ ଅନୁଗୋଳ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ୩ଜଣଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ବସ୍ ରେ ପ୍ରାୟ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିଲେ । । ଦୁର୍ଘଟଣା ଘଟାଇଥିବା ଟ୍ରକ୍ ର ଡ୍ରାଇଭର ଫେରାର ହୋଇଯାଇଛି । ଦୁର୍ଘଟଣା ଘଟିବା ପରେ ଜରପଡାର ସ୍ଥାନୀୟ ଲୋକେ ଓ ପୋଲିସ ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଇଥିଲେ ।
Related Posts
ସୋଆରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ
8 March 2021
ଜଙ୍ଗଲରେ ନିଆଁ ପାଇଁ ଅକଳରେ ବନବିଭାଗ, ଡକାଗଲା ଜରୁରୀ ବୈଠକ
8 March 2021