Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଜଳଭଣ୍ଡାରରୁ ପାଣି ନେବାକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୧୫ ଜଣ ଆହତ

16/08/2020 at 11:33 AM

ଭଞ୍ଜନଗର ୧୬।୮: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଫଳରେ ୧୫ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା ଅନ୍ତର୍ଗତ ଚିଲିଖମା ଓ ଗୋଳାବନ୍ଧ ଗାଁ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଉଭୟ ଗୋଷ୍ଠୀ ମଧ୍ୟରେ ଟେକା ପଥର ମାଡ ମଧ୍ୟ ହୋଇଥିବା ଜଣାପଡିଛି । ଆହତମାନଙ୍କୁ ବୁଗୁଡା ମେଡିକାଲରେ ଭର୍ତ୍ତି କରାଯାଇଛି । ଜଳଭଣ୍ଡାରରୁ ପାଣି ନେବାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ।

   Related Posts