Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୧୫୨୭

2/11/2020 at 8:26 PM

ଭୁବନେଶ୍ଵର ୦୨।୧୧: ଅକ୍ଟୋବର ପ୍ରାରମ୍ଭରୁ ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୨୦୦୦ରୁ କମ ରହିଛି। ଆକ୍ରାନ୍ତଙ୍କ ତୂଳନାରେ ସୁସ୍ଥ ସଂଖ୍ୟା ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୮୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨,୭୭,୦୯୧ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।

ବିଭାଗ ଅନୁଯାୟୀ, ବାଲେଶ୍ଵର ଏବଂ ସୁନ୍ଦରଗଡରୁ ସର୍ବାଧିକ ୧୨୭ ଜଣ ଲେଖାଏଁ କରୋନାରୁ ମୁକ୍ତ ହୋଇଛନ୍ତି। ସେହି ପରି ଖୋର୍ଦ୍ଧା ଜିଲ୍ଲାରୁ ୧୧୫, କଟକ ଜିଲ୍ଲାରୁ ୧୦୭, ନୂଆପଡାରୁ ୧୦୪, ଜଗତସିଂହପୁରରୁ ୮୯, ଅନୁଗୁଳରୁ ୭୦, ଯାଜପୁରରୁ ୬୦, ବରଗଡରୁ ୫୬, ପୁରୀରୁ ୪୬, ମୟୂରଭଞ୍ଜରୁ ୪୫, ଢେଙ୍କାନାଳରୁ ୪୪, କେନ୍ଦୁଝରରୁ ୪୪, ବଲାଙ୍ଗୀରରୁ ୪୨ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।

ସେହି ପରି ଭଦ୍ରକରୁ ୪୧, କେନ୍ଦ୍ରାପଡାରୁ ୪୧, ସମ୍ବଲପୁରରୁ ୪୧, କଳାହାଣ୍ଡିରୁ ୩୬, କୋରାପୁଟରୁ ୩୪, ମାଲକାନଗିରିରୁ ୩୨, ସୋନପୁରରୁ ୨୮, ନୟାଗଡରୁ ୨୬, କନ୍ଧମାଳରୁ ୨୩, ଝାରସୁଗୁଡାରୁ ୨୨, ଗଞ୍ଜାମରୁ ୨୦, ନବରଙ୍ଗପୁରରୁ ୨୦, ବୌଦ୍ଧରୁ ୧୬, ରାୟଗଡାରୁ ୧୫, ଦେବଗଡରୁ ୧୩ ଏବଂ ଗଜପତି ଜିଲ୍ଲାରୁ ୬ କୋଭିଡ୍-୧୯ ପଜିଟିଭ୍  ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ  ଆଉ ୧୩୮୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨,୯୩,୧୧୪ରେ ପହଞ୍ଚିଛି। ସେହି ପରି ରାଜ୍ୟରେ ଆଉ ୯ ଜଣଙ୍କ କରୋନାରେ ପ୍ରାଣଘାନୀ ଘଟିଛି। କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦ରେ ଛୁଇଁଛି। ଆଜିର ସୁସ୍ଥକୁ ମିଶାଇ ମୋଟ୍ ଆରୋଗ୍ୟ ସଂଖ୍ୟା ୨, ୭୯, ୦୯୧କୁ ବୃଦ୍ଧି ଘଟିଛି।  

   Related Posts