Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଶୌଚ ହୋଇ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ବୋଲେରୋ, ଚାଲିଗଲା ୧୬ ବର୍ଷୀୟ ବବୁଲ୍‌ର ଜୀବନ

17/10/2021 at 10:31 PM

ପାଟଣା,୧୭/୧୦: କେନ୍ଦୁଝର ଜିଲ୍ଲା ସାହାରପଡା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସାହାରପଡା ଦେଓ ନଦୀ ପୋଲ ନିକଟରେ ରବିବାର ସନ୍ଧ୍ୟାରେ ବୋଲେରୋ ଗାଡ଼ି ଧକ୍କାରେ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା କରଡ଼ିଆ ଗ୍ରାମର ବବୁଲ ଲୋହାର(୧୬ )ଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ବବୁଲ ଦୁଇ ସାଙ୍ଗଙ୍କ ସହ ଦେଓ ନଦୀରୁ ଶୌଚ ସାରି ଚାଲି ଚାଲି କରଞ୍ଜିଆ ଫେରୁଥିବା ବେଳେ ସାହାରପଡା ପାର୍ଶ୍ୱରୁ ଏକ ବୋଲେରୋ ତାଙ୍କୁ ପଛ ପଟୁ ଧକ୍କା ଦେଇଥିଲା।  ସଙ୍ଗେ ସଙ୍ଗେ ବବୁଲଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ପହଞ୍ଚାଇଥିଲେ । ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇ ଥିବା ବୋଲେରୋକୁ ସାହାରପଡା ଫାଣ୍ଡି ଅଧିକାରୀ ଶିବ ପ୍ରସାଦ ଆଇଚ ଜବତ କରିବା ସହ ଗାଡିର ଚାଳକଙ୍କୁ ଅଟକ ରଖି ତଦନ୍ତ ଚଳାଇଥିବା ଜଣାପଡ଼ିଛି ।

   Related Posts