ରାଜ୍ୟରେ ଚିହ୍ନଟ ହେଲେ ୧୬୧୭ କରୋନା ସଂକ୍ରମିତ, ୨୮୭୦୯୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | October 29, 2020 IST

ଭୁବନେଶ୍ବର ୨୯।୧୦: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭୦୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୭୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୬ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୧୨୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୫ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮୦ଜଣ, ଯାଜପୁର ଜିଲ୍ଲାରୁ ୪୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୮୪ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୪ଜଣଷ କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୨ଜଣ, କୋରାପୁଟ ଜିଲ୍ଲାରୁ ୩୨ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୫୯ଜଣ, ପୁରୀ ଜିଲ୍ଲାରୁ ୭୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩ଜଣ, ଷ୍ଟେଟ ପୁଲ୍‌ରୁ ୩୬ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୭୦୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୦୧୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୪୬୩୫୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.