ଭୁବନେଶ୍ୱରରେ କରୋନାକୁ ଲାଗୁନି ବ୍ରେକ୍, ଆଉ ୧୬୩ କୋଭିଡ୍ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | July 26, 2020 IST

ଭୁବନେଶ୍ୱର, ୨୬|୦୭:  ରାଜଧାନୀ ଭୁବନେଶ୍ୱରରୁ ୨୪ ଘଣ୍ଟା ମଧ୍ୟରେ ଆଉ ୧୬୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୧୦୪ଟି କ୍ୱାରେଣ୍ଟାଇନ୍ କେସ୍ ଥିବା ବେଳେ ୫୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୪୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ରାଜଧାନୀରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୯୧ରେ ପହଁଚିଥିବା ବେଳେ ୯୦୯ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୧ଜଣ ପ୍ରାଣ ହରାଇଥିବା ବେଳେ ୧୦୬୯ଟି ସକ୍ରିୟ କେସ୍ ରହିଛି ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୩୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୩୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.