Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୬୩୩ କରୋନା ସଂକ୍ରମିତ, ୨୮୧୨୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

25/10/2020 at 10:59 AM

ଭୁବନେଶ୍ବର ୨୫।୧୦: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୬୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୨୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୫୩ଜଣ, ଭଦ୍ରକ ଜିଲ୍ଲାରୁ ୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୦ଜଣ, ବୌଦ୍ଧ ଜିଲ୍ଲାରୁ ୩୫ଜଣ, କଟକ ଜିଲ୍ଲାରୁ ୧୩୨ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୯ଜଣ, ଗଜପତି ଜିଲ୍ଲାରୁ ୧୩ଜଣଷ ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୭୯ଜଣ, ଯାଜପୁର ଜିଲ୍ଲାରୁ ୪୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୨୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୮ଜଣ, କୋରାପୁଟ ଜିଲ୍ଲାରୁ ୩୫ଜଣ, ମାଲକାନଗିରି ଜିଲ୍ଲାରୁ ୫୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୧ଜଣ, ନୟାଗଡ଼ା ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୮୯ଜଣ, ପୁରୀ ଜିଲ୍ଲାରୁ ୫୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୬ଜଣ, ଷ୍ଟେଟ ପୁଲ୍‌ରୁ ୨୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୧୨୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୮୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୨୦୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୩୧୮୦୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts