Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୩୭ କରୋନା ପଜିଟିଭ୍

26/07/2021 at 8:24 AM

ଭୁବନେଶ୍ୱର ୨୬।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧୮୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୮୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୦ଜଣ , ବାଲେଶ୍ୱର ଜିଲ୍ଲାରୁ ୫୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୨୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୫ଜଣ, ଯାଜପୁର ଜିଲ୍ଲାରୁ ୮୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୫୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନାଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୭୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୧ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୯୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୩୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୫୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts