ତଳମୁହାଁ କରୋନା ଗ୍ରାଫ୍‌, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୪୮ କରୋନା ପଜିଟିଭ୍

Published By : Prameya-News7 Bureau | July 19, 2021 IST

ଭୁବନେଶ୍ୱର ୧୯।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୫୯୭୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୮୩ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୨ଜଣ, ଯାଜପୁର ଜିଲ୍ଲାରୁ ୧୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୧୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୩୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୭ଜଣ , ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୭୩ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ, ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୫୯୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୩୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୦୪୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୧୩୫୮୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.