Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୬୮ କରୋନା ଆକ୍ରାନ୍ତ

25/06/2020 at 4:46 PM

ଭୁବନେଶ୍ୱର, ୨୫|୦୬:   ଗୁରୁବାର ରାଜ୍ୟରେ ଆଉ ୧୬୮ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ମୋଟ ୪୨୯୧ଜଣ ସଂକ୍ରମିତ ଆରୋଗ୍ୟ ଲାଭ କଲେଣି ।

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୩୯ ଜଣ ଥିବା ବେଳେ ଖୋର୍ଧାର ୨୩, ଗଜପତିର ୨୩, ପୁରୀର ୧୯, ବରଗଡର ୧୩, ସୁନ୍ଦରଗଡର ୮, ବାଲେଶ୍ୱରର ୭ ଓ ଭଦ୍ରକ ଏବଂ ରାୟଗଡାରୁ ୫ ଜଣ ଲେଖାଏଁ ରହିଛନ୍ତି । ସେହିପରି ମାଲକାନଗିରି, କେନ୍ଦ୍ରପାଡ, କେଉଁଝର, ଜଗତସିଂପୁର ଓ ସୋନପୁରରୁ ୪ଜଣ ଲେଖାଏଁ,  ଅନୁଗୋଳର ୩, ଢେଙ୍କାନାଳର ୨ ଓ ଝାରସୁଗୁଡାର ଜଣେ ଆରୋଗ୍ୟ ଲାଭ କରିଛନ୍ତି ।

ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୨୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୯୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

   Related Posts