Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୬୯୫ କରୋନା ସଂକ୍ରମିତ, ୨୭୯୫୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

24/10/2020 at 11:15 AM

ଭୁବନେଶ୍ବର ୨୪।୧୦: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୯୫୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୦୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୮ଜଣ, ବରଗଡ଼ ଜିଲ୍ଲାରୁ ୫୬ଜଣ, ଭଦ୍ରକ ଜିଲ୍ଲାରୁ ୩୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୫ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦୩ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୪୫ଜଣ, ଜଗତସିଂହପୁର ଜିଲ୍ଲାରୁ ୭୭ଜଣ, ଯାଜପୁର ଜିଲ୍ଲାରୁ ୫୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣଷ କନ୍ଧମାଳ ଜିଲ୍ଲାରୁ ୩୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୨ଜଣ, କେନ୍ଦୁଝର ଜିଲ୍ଲାରୁ ୭୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୩ଜଣ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୩୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୧ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୯୨ଜଣ, ପୁରୀ ଜିଲ୍ଲାରୁ ୫୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୪୨ଜଣ, ସୋନପୁର ଜିଲ୍ଲାରୁ ୨୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦ଜଣ, ଷ୍ଟେଟ ପୁଲ୍‌ରୁ ୩୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୯୫୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୮୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୯୪୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୨୮୦୨୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts