Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ରାସ୍ତା କାମ ସାରି ଫେରିବା ବାଟରେ ଓଲଟିଲା ଟ୍ରାକ୍ଟର: ୧୭ ଆହତ, ଚାଲିଗଲା ଜଣଙ୍କ ଜୀବନ

23/02/2021 at 8:05 PM

 ସାନଖେମୁଣ୍ଡି୨୩/୨: ରାସ୍ତା କାମ ସାରି ଫେରିବା ବେଳେ ଓଲଟି ପଡିଲା ଟ୍ରାକ୍ଟର। ଦୁର୍ଘଟଣାରେ ୧୭ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି।

ମୃତକ ହେଲେ ୪୦ ବର୍ଷୀୟ ବନିତା ସାହୁ। ପୁଣି ଆହତ ୧୭ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ମଧ୍ୟ ଜଣାପଡିଛି।

 ଗଞ୍ଜାମ ଜିଲ୍ଲା ଜରଡା ଥାନା ଅନ୍ତର୍ଗତ ପାତ୍ରପୁର ରାଜପୁର ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପାତ୍ରପୁର ମେଡିକାଲରେ ଆହତଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି।

ଏହି ଦୁର୍ଘଟଣା ପରେ ସ୍ଥାନୀୟ ଜରଡା ପୋଲିସ, ପାତ୍ରପୁର ତହସିଲଦାର ଅମିତ ନାୟକ ପାତ୍ରପୁର ଏବଂ  ବିଡ଼ିଓ ହସ୍ପିଟାଲରେ ପହଞ୍ଚି ସମସ୍ତ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି।

   Related Posts