Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜବେଷ୍ଟସ୍ ଭାଙ୍ଗି ଦୋକାନରୁ ଚୋରି କରୁଥିଲେ ୨ ସିକ୍ୟୁରିଟି ଗାର୍ଡ, ଧରିଦେଲେ ଗାଁ ଲୋକେ
  • ||
  • ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ଘରୁ ଉଠାଇ ନେଇ ନାବାଳିକାଙ୍କୁ ଦୁଷ୍କର୍ମ, ୨ ଗିରଫ
  • ||
  • ଆଖିବୁଜିଲେ ଫ୍ଲାଇଂ ଶିଖ୍ ତଥା କିମ୍ୱଦନ୍ତୀ ଧାବକ ମିଲଖା ସିଂହ
  • ||
  • ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କର ପରଲୋକ
  • ||
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||

ଗଣ୍ଡଗୋଳ ପରେ ମାରିଦେଲେ : ସଂଘବଦ୍ଧ ଭାବେ ନାବାଳକଙ୍କୁ ପିଟିପିଟି ହତ୍ୟା, ଅଭିଯୁକ୍ତ ଗିରଫ

11/11/2020 at 12:22 PM

ନୂଆଦିଲ୍ଲୀ ୧୧।୧୧: ଦିଲ୍ଲୀ ଅଲ୍ଲୀପୁର ଅଞ୍ଚଳରେ ୧୭ ବର୍ଷର ନାବାଳକଙ୍କୁ ପିଟିପିଟି ହତ୍ୟା । ଗଣ୍ଡଗୋଳ ପରେ ନାବାଳକଙ୍କୁ ସଂଘବଦ୍ଧଭାବେ ଆକ୍ରମଣ କରି ମାରିଦେଇଥିବା ଜଣାପଡିଛି । ପୋଲିସର ସୂଚନା ଅନୁସାରେ ଆକ୍ରମଣରେ ପ୍ରାଣ ହରାଇଥିବା ଛାତ୍ର ଦ୍ବାଦଶ ଶ୍ରେଣୀରେ ପଢୁଥିଲେ ।

ସୂଚନା ଅନୁସାରେ ଦିଲ୍ଲୀ ଅଲ୍ଲୀପୁରରେ କୌଣସି କଥାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଗୋଟିଏ ଗୋଷ୍ଠୀର ୫ ଜଣ ଲୋକ ସଂଘବଦ୍ଧ ଭାବେ ନାବାଳକଙ୍କ ଉପରେ ଆକ୍ରମଣ କରିଥିଲେ । ଫଳରେ ନାବାଳକ ଜଣଙ୍କ ଗୁରୁତର ହୋଇପଡିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଏହାପରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି । ଅଭିଯୁକ୍ତମାନଙ୍କ ମଧ୍ୟରେ ନାବାଳକ ମଧ୍ୟ ସାମିଲ ଅଛନ୍ତି । ହତ୍ୟା ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି ।

   Related Posts