ଭୁବନେଶ୍ୱରରୁ ଆଉ ୧୭୦ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୭୮

Published By : Prameya-News7 Bureau | August 16, 2020 IST

ଭୁବନେଶ୍ୱର, ୧୬|୦୮:  ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୨୮୯ରେ ପହଁଚିଛି ।

ରବିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୭୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

wp:html /wp:html

ସେହିପରି ରବିବାର ୧୮୪ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ, ଏବେସୁଦ୍ଧା ଭୁବନେଶ୍ୱରରେ ୫୨୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୩୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ୨୫ ଜଣ ପ୍ରାଣ ହରାଇଥିବା ବେଳେ ୧୮୨୩ଟି ସକ୍ରିୟ କେସ୍ ରହିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.