ରେକର୍ଡ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | April 12, 2021 IST

ଭୁବନେଶ୍ବର ୧୨।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୧୩୦୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୮ଜଣ, ବରଗଡ଼ ଜିଲ୍ଲାରୁ ୯୭ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୫୮ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧୪ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୪ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୦ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୯୬ଜଣ, ପୁରୀ ଜିଲ୍ଲାରୁ ୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୩୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୧ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪୬ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୧୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୦୦୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୦୦୪୫୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.