Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଭଲ ଖବର: ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ୧୭୮ କରୋନା ଆକ୍ରାନ୍ତ

7/06/2020 at 2:58 PM

ଭୁବନେଶ୍ୱର, ୦୭|୦୬: ରାଜ୍ୟରେ ଆଜି ଗୋଟିଏ ଦିନରେ ସର୍ବାଧିକ ୧୭୮ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହା ଗୋଟିଏ ଦିନରେ ସୁସ୍ଥ ହୋଇଥିବା ସବୁଠାରୁ ଅଧିକ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୮୯୪ ଜଣ ସୁସ୍ଥ ହୋଇଛନ୍ତି । 

ରବିବାର ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଧାରୁ ସର୍ବାଧିକ ୩୯ ଜଣ ରହିଥିବା ବେଳେ ଗଜପତିରୁ ୨୩, ନୂଆପଡାରୁ ୨୨, ଭଦ୍ରକରୁ ୧୭ ଓ ନୟାଗଡରୁ ୧୫ ଜଣ ରହିଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାରେ ୧୪ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ କେନ୍ଦ୍ରାପଡାରୁ ୧୦, ଢେଙ୍କାନାଳରୁ ୯ , କନ୍ଧମାଳରୁ ୯, ସୁନ୍ଦରଗଡରୁ ୬, ବାଲେଶ୍ୱରରୁ ୪ଜଣ ସୁସ୍ଥ ହୋଇଛନ୍ତି । ଏତତ୍ ବ୍ୟତୀତ କଟକ, ବଲାଙ୍ଗୀର ଓ ମାଲକାନଗିରିରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଜଗତସିଂପୁର, ଝାରସୁଗୁଡା, ନବରଙ୍ଗପୁର ଓ ପୁରୀରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରବିବାର ରାଜ୍ୟରେ ଆଉ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts