Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଟିକା ଅଭାବ, ଜୁନ୍ ୨ରୁ ରାଜ୍ୟରେ ୧୮+ ଟିକାକରଣ ବନ୍ଦ

31/05/2021 at 11:59 AM

ଭୁବନେଶ୍ୱର ୩୧।୦୫: ଜୁନ୍ ୨ରୁ ରାଜ୍ୟରେ ୧୮ରୁ ୪୪ ବର୍ଷ ବୟସ୍କଙ୍କ ଟିକାକରଣ ବନ୍ଦ ରହିବ। ବର୍ତ୍ତମାନ ସୁଦ୍ଧା ଟିକା କମ୍ପାନୀ ମାନେ ଟିକା ଦେବା ନେଇ କୌଣସି ପ୍ରକାର ସୂଚନା ଦେଇନାହାନ୍ତି। ବର୍ତ୍ତମାନ ଯାହା ଟିକା ମହଜୁଦ ଅଛି ତାହା ଆସନ୍ତାକାଲି ପର୍ଯ୍ୟନ୍ତ ହିଁ ଯିବ। ତେଣୁ ଟିକା ନଥିବାରୁ ମଙ୍ଗଳବାର ପରଠାରୁ ୧୮ରୁ ୪୪ ବର୍ଷ ବ୍ୟକ୍ତିଙ୍କ ପାଇଁ ଟିକା କରଣ ପ୍ରକ୍ରିୟାକୁ ବନ୍ଦ ରଖାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୩ ତାରିଖରେ ଓଡ଼ିଶାକୁ ୩ ଲକ୍ଷ ୫ ହଜାର ୪୬୦ କୋଭିସିଲ୍ଡ ଟିକା ଆସିବ। ଏହା ୪୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଉର୍ଦ୍ଦିଷ୍ଟ। ସେହିପରି ଆସନ୍ତା ୬ ତାରିଖରେ ୪୦ ହଜାର କୋଭାକ୍ସିନ୍ ଟିକା ଓଡ଼ିଶାରେ ଆସି ପହଞ୍ଚିବ। ଏ ସମସ୍ତ ଟିକା କେନ୍ଦ୍ର ସରକାରଙ୍କ ତରଫରୁ ଓଡ଼ିଶାକୁ ଯୋଗାଇ ଦିଆଯିବ।

ସେପଟେ ରାଜ୍ୟ ସରକାର ଟିକାକରଣକୁ ପ୍ରାଥମିକତା ଦେଇଛନ୍ତି । ଏଥିଲାଗି ଗ୍ଲୋବଲ୍‌ ଟେଣ୍ଟର ଡକାଇଛନ୍ତି । ଯଦି ଠିକ୍‌ ସମୟରେ ଟିକା ମିଳେ, ତେବେ ଆସନ୍ତା ୩ରୁ ୪ ମାସ ମଧ୍ୟରେ ଭ୍ୟାକ୍ସିନେସନ୍‌ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts