ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୦୪୯୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
4/01/2021 at 10:48 AM

ଭୁବନେଶ୍ବର ୦୪।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୪୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୭୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 3rd January, 2021
— I & PR Department, Odisha (@IPR_Odisha) January 4, 2021
New Positive Cases: 183
In quarantine: 106
Local contacts: 77
(Details of local contacts will be shared by concerned District Administration)
District Wise Cases:
1. Angul: 24
2. Balasore: 2
3. Bargarh: 9
4. Bhadrak: 2
5. Balangir: 6
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିହଂପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡ ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୂଆପଡ଼଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ ପୁଲ୍ରୁ ୫ଜଣ ରହିଛନ୍ତି ।
23. Puri: 6
— I & PR Department, Odisha (@IPR_Odisha) January 4, 2021
24. Sambalpur: 10
25. Sonepur: 2
26. Sundargarh: 32
27. State Pool: 5
New recoveries: 244
Cumulative tested: 7028873
Positive: 330492
Recovered: 326209
Active cases: 2345
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୪୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୪୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୬୨୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୨୮୮୭୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।