SCB Fire Tragedy : ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ, ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା

NEWS7
184-more-corona-patient-recovered

ଭୁବନେଶ୍ୱର ୧୬।୦୩ : କଟକ ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜଣଙ୍କ ଜୀବନ । ଏଭଳି ଘଟଣା ସାରା ଦେଶରେ ଚହଳ ପକାଇ ଦେଇଛି । ଏହି ଘଟଣାକୁ ନେଇ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ଯାଏଁ ସମସ୍ତେ ଦୁଃଖ ପ୍ରକାଶ କରିଛନ୍ତି । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାକୁ ନେଇ ଶୋକବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି,

ଓଡ଼ିଶାର କଟକରେ ଏକ ହସ୍ପିଟାଲରେ ଘଟିଥିବା ଦୁର୍ଘଟଣା ଗଭୀର ଯନ୍ତ୍ରଣାଦାୟକ । ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା । ଆହତ ମାନଙ୍କ ଆଶୁ ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି ।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

 

ସେପଟେ କଟକ ଏସ୍‌ସିବିରେ ଭୟାବହ ଅଗ୍ନିକାଣ୍ଡ ଘଟଣା ପରେ ଘଟଣାସ୍ଥଳ ପରିଦର୍ଶନ କରିବା ସହ ମୃତାହତଙ୍କ ପାଇଁ ଗଭୀର ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରୋଗୀଙ୍କ ସଂପର୍କୀୟଙ୍କୁ ଭେଟି ସମବେଦନା ଜଣାଇବା ସହ ଉତ୍ତମ ଚିକିତ୍ସା ଲାଗି ଆଶ୍ୱାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ପୁରା ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।

​​​​​​​ଏ ଖବର ବି ପଢ଼ନ୍ତୁ:- ମର୍ଣ୍ଣିଂ ଓ୍ୱାର୍କରେ ଯାଉଥିଲେ, ଦ୍ରୁତ ଗାଡ଼ି ନେଇଗଲା ତିନି ଜୀବନ

ଉଲ୍ଲେଖଯୋଗ୍ୟ ଯେ,ରବିବାର ବିଳମ୍ବିତ ରାତିରେ କଟକ ଏସ୍ସିବି ମେଡିକାଲ ଟ୍ରମା କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଏହି ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଗୁରୁତର ହୋଇଛନ୍ତି । ତେବେ ଏତେ ବଡ଼ ଅଗ୍ନିକାଣ୍ଡ ପରେ ମୁଖ୍ୟମନ୍ତ୍ରୀ କିଛି ବରିଷ୍ଠ ଅଧିକାରୀଙ୍କ ସହିତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ଏହାସହ ମୃତାହତଙ୍କ ସଂପର୍କରେ ସମସ୍ତ ତଥ୍ୟ ସଂଗ୍ରହ କରିଥିଲେ । ଏପରିକି ମୃତାହତଙ୍କ ସଂପର୍କୀୟଙ୍କୁ ଭେଟି ସମବେଦନା ଜଣାଇଥିଲେ । ତେବେ ଗୁରୁତରଙ୍କୁ ଉତ୍ତମ ଚିକିତ୍ସା ଦେବାଲାଗି ନିର୍ଦ୍ଦେଶ ଦେବା ସହ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଆଦେଶ ଦେଇଥିଲେ । ଏହାସହିତ ମୃତକଙ୍କ ପରିବାରକୁ CMRFରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।

ଏ ଖବର ବି ପଢ଼ନ୍ତୁ:- Rajyasabha Race: ଚତୁର୍ଥ ଆସନକୁ ନେଇ ଛକାପଞ୍ଝା, ରୋଚକ ମୋଡ଼ରେ ରାଜ୍ୟସଭା ରାଜନୀତି

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏସ୍‌ସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ଜାଣି ମୁଁ ଦୁଃଖିତ । ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛି । ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅନ୍ୟ ରୋଗୀ ମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତରିତ କରି ଚିକିତ୍ସା ଜାରି ରଖିବାକୁ ନିର୍ଦ୍ଦେଶ ବି ଦେଇଛି । ଆଇସିୟୁରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।