କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୬୪ କରୋନା ପଜିଟିଭ୍

Published By : Prameya-News7 Bureau | July 24, 2021 IST

ଭୁବନେଶ୍ୱର ୨୪।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୫୭୧୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୮୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୪ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୬୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮୯ଜଣ, ଯାଜପୁର ଜିଲ୍ଲାରୁ ୧୦୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୬ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ , ମୟୁରଭଞ୍ଜ ଜିଲ୍ଲାରୁ ୫୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୬୬ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୫୯ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୪ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ, ଷ୍ଟେଟ ପୁଲ୍‌ରୁ ୧୦୦ଜଣ ରହିଛନ୍ତି।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୫୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୧୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.