ପୁରୀ ଶରଧାବାଲି ମୁକ୍ତାକାଶ ରଙ୍ଗମଞ୍ଚରେ ୧୮ତମ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ଆରମ୍ଭ

Published By : Prameya-News7 Bureau | November 17, 2019 IST

ପୁରୀ ୧୭।୧୧: ୧୮ତମ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ଆରମ୍ଭ । ପୁରୀ ଶରଧାବାଲି ମୁକ୍ତାକାଶ ରଙ୍ଗମଞ୍ଚରେ ଦୁଇ ଦିନ ଧରି ଚାଲିବ ଏହି ଉତ୍ସବ। ଶିକ୍ଷାବିତ ସଦାଶିବ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ଦକ୍ଷତା ବିକାଶ ଓ ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ୧୫ ଟି ଜିଲ୍ଲାରୁ ଆସିଥିବା ୧୪୫ରୁ ଅଧିକ ଶିଶୁ  ବିଭିନ୍ନ ନାଚ ଗୀତ ପରିବେଷଣ କରି ସେମାନଙ୍କ ପ୍ରତିଭାର ପରିଚୟ ପ୍ରଦାନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.