ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 16, 2021 IST

ଭୁବନେଶ୍ୱର ୧୬।୦୫ :  ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୩୨ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୟାଗଡ଼, ପୁରୀ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୧୨୨୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୭୪୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୦୨୪୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୩୧୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୮୮୨୭୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.