ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 07, 2021 IST

ଭୁବନେଶ୍ୱର ୦୭।୦୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୩୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୨, ଗଞ୍ଜାମରୁ ୨ ଜଣ, ଖୋର୍ଧାରୁ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ଅନୁଗୋଳ, ବଲାଙ୍ଗୀର, ଗଜପତି ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୧୨୪୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୬୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୨୩୨୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୪୧୮୨୧୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.