Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ମଧ୍ୟାହ୍ନ ଭୋଜନରୁ ବାହାରିଲା ମଲା ମୂଷା, ଖାଇବା ପରେ ୧୯ ଛାତ୍ରଛାତ୍ରୀ ଅସୁସ୍ଥ

9/08/2019 at 2:58 PM

ଭଦ୍ରକ ୯|୮: ମଧ୍ୟାହ୍ନ ଭୋଜନ ଭାତରୁ ବାହାରିଲା ମୂଷା । ଏହି ଭାତ ଖାଇ ୧୯ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଥିବା ଜଣାପଡିଛି । ଭଦ୍ରକ ଜିଲ୍ଲା ତିହିଡି ବ୍ଲକ୍ ଚାରି ତରଫ ୟୁଜିଏମଇ ସ୍କୁଲରେ ଘଟିଛି ଏଭଳି ଘଟଣା ।

ସୂଚନାଯୋଗ୍ୟ ଯେ, ଗତକାଲି ମଧ୍ୟାହ୍ନ ଭୋଜନ ଖାଇବା ବେଳେ ଭାତରୁ ବାହାରି ଥିଲା ଏକ ମଲା ମୂଷା । ଯେଉଁ ପିଲାମାନେ ସେହି ଭାତ ଖାଇଥିଲେ ସେମାନଙ୍କ ପେଟ କାଟିବା ସହ ବାନ୍ତି ମଧ୍ୟ ହୋଇଥିଲା । ଆଜି ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ଭାତରୁ ମୂଷା ବାହାରିବା ଘଟଣାକୁ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସ୍ବୀକାର କରିଛନ୍ତି । ଭଦ୍ରକ ଉପଜିଲ୍ଲାପାଳ ହସ୍ପିଟାଲରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ଚିକିତ୍ସା ବିଷୟରେ ବୁଝୁଛନ୍ତି । ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଛାତ୍ରଛାତ୍ରୀମାନଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ନୁହେଁ ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି । 

   Related Posts