ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
17/01/2021 at 12:02 PM

ଭୁବନେଶ୍ବର ୧୭।୦୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୩୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୯୩୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୩୭୬୮୯୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Related Posts
କାଜୁ ନିଲାମରେ ଚଞ୍ଚକତା ଅଭିଯୋଗରେ ମୋହନା ବିଡିଓ ନିଲମ୍ବିତ
5 March 2021