ରାଜ୍ୟରେ ଚିହ୍ନଟ ହେଲେ ୧୯୦୪ କରୋନା ସଂକ୍ରମିତ, ୨୭୨୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | October 20, 2020 IST

ଭୁବନେଶ୍ବର ୧୯।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୯୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୨୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୯ଜଣ, ବାଲେଶ୍ୱର ଜିଲ୍ଲାରୁ ୯୦ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ଜଣ, ବୌଦ୍ଧ ଜିଲ୍ଲାରୁ ୨୪ଜଣ, କଟକ ଜିଲ୍ଲାରୁ ୧୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩୯ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୧ଜଣ, କୋରାପୁଟ ଜିଲ୍ଲାରୁ ୩୬ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୨୮ଜଣ, ପୁରୀ ଜିଲ୍ଲାରୁ ୪୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୪୪ଜଣ, ସୋନପୁର ଜିଲ୍ଲାରୁ ୭୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୦ଜଣ, ଷ୍ଟେଟ ପୁଲ୍‌ରୁ ୪୩ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୨୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୯୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୧୧୭୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.