Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||

ଖସୁଛି କରୋନା ଗ୍ରାଫ୍ : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୯୨ କୋଭିଡ୍ ସଂକ୍ରମିତ, ୩୩୦୩୦୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

3/01/2021 at 11:12 AM

ଭୁବନେଶ୍ବର ୦୩।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୩୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୫୯୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୧୨୮୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts