Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

୨ହଜାର ତଳେ ଦୈନିକ ସଂକ୍ରମଣ : ରାଜ୍ୟରେ ୨୪ ଘଣ୍ଟାରେ ୧୯୩୦ କୋଭିଡ୍ ପଜିଟିଭ୍ ଚିହ୍ନଟ

13/07/2021 at 8:41 AM

ଭୁବନେଶ୍ୱର ୧୩।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୩୬୭୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୧୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୯୮ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୨ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୭୫ଜଣ, ଯାଜପୁର ଜିଲ୍ଲାରୁ ୧୨୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୨୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୪୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୩୧ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୨୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୫୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୭ଜଣ, ରାୟଗଡ଼ା ଜିଲ୍ଲାରୁ ୩୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୪ଜଣ, ଷ୍ଟେଟ ପୁଲ୍‌ରୁ ୭୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୩୬୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୪୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୫୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୭୦୩୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts