୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା

Published By : Prameya-News7 Bureau | November 29, 2021 IST

ଭୁବନେଶ୍ୱର ୨୯।୧୧: ରାଜ୍ୟରେ ଧୀରେ ଧୀରେ ଖସୁଛି ସଂକ୍ରମଣ ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୮୮୦ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୧୫ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫ ଜଣ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୨୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୮୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୬୭୭୭୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.