Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୯୮ କୋଭିଡ୍ ସଂକ୍ରମିତ, ୩୩୦୬୯୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

5/01/2021 at 10:56 AM

ଭୁବନେଶ୍ବର ୦୫।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୬୯୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୬୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୫୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୪୪୮୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts